ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଦେଇ ଗତିକରିବା ସମ୍ଭାବନା । ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୨୦୦ମିମିରୁ ଅଧିକ ବର୍ଷିବାର ସମ୍ଭାବନା ରହିଛି । ଆଇଏମ୍‌ଡି ମହାନିର୍ଦ୍ଦେଶକକହିଛନ୍ତି, ସେପ୍ଟେମ୍ବର ମାସରେ ଓଡ଼ିଶାରେ ସ୍ୱାଭାବିକ ପରିମାଣର ବର୍ଷା ହେବ । ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି ।

ସ୍ୱାଭାବିକଠାରୁ ପ୍ରାୟ ୭% ଅଧିକ ବର୍ଷା ହୋଇଛି । ସାଧାରଣତଃ ୧୩ରୁ ୧୪ଟି ଲଘୁଚାପ ବା ଅବପାତ ସୃଷ୍ଟି ହୋଇଥାଏ । ଏଥର ୧୬ଟି ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଲଘୁଚାପ ହେଲେ ଦକ୍ଷିଣ ପଶ୍ଚିମ ଭାଗରେ ଅଧିକ ବର୍ଷା ହୁଏ ବୋଲି ସେ କହିଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଗତକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!