ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହୋଇପାରେ। ଆଜି ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗବିଭାଗ ଏଭଳି ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।୧୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ।

ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ଓ ୧୪ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ସେପଟେ ଆଜି ସକାଳୁ ସକାଳୁ ନୂଆପଡ଼ାରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ବୋଡେନ୍ ଥାନା ଡୁର୍କାମୁଣ୍ଡା ଗାଁରେ ବଜ୍ରାଘାତ ଜଣଙ୍କର ମୃତ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଚାଷ ଜମିକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’