ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ହୋଇପାରେ ବର୍ଷା । ଆସନ୍ତା ଦୁଇ ଦିନ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହୋଇପାରେ। ଆଜି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା। ଗତକାଲି ସୋମବାର ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ।

ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି। ସୋମବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ