ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ । ଆସନ୍ତାକାଲି ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ସୃଷ୍ଟି । ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା ,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ଉପରମୁଣ୍ଡରେ ବର୍ଷା ବଢ଼ିବା ଫଳରେ ହୀରାକୁଦରୁ ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।

୩ ଲକ୍ଷ ୬୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଆଜି ମୁଣ୍ଡଳିରେ ସକାଳ ୮ରୁ ୧୧ ଟା ମଧ୍ୟରେ ୬ ଲକ୍ଷ ଜଳ ପ୍ରବାହିତ ହେ ବ। ଶାଖା ନଦୀଗୁଡ଼ିକରେ ଜଳସ୍ତର ବଢ଼ି ବ । କିନ୍ତୁ ବର୍ଷା କମିଥିବାରୁ ବନ୍ୟା ସ୍ଥିତି ଦେଖିବାକୁ ମିଳିବ ନାହିଁ। ସମ୍ଭାବ୍ୟ ବର୍ଷା ଓ ବନ୍ୟା ସ୍ଥିତିର ମୁକାବିଲା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଡ଼ିଲେ ଅଗ୍ନିଶମ ସେବା ଓ ଓଡ୍ରାଫ ଟିମଗୁଡ଼ିକୁ ନିୟୋଜିତ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’