Masthead

୬ରୁ ବଢିବ ବର୍ଷା: ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୬ରୁ ବଢିବ ବର୍ଷା । ୬ ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ତାରିଖ ବେଳକୁ ଏକ ନିମ୍ନ ଚାପରେଖା ଏବଂ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଅନ୍ୟପଟେ ଆସନ୍ତା ୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାଫଳରେ ଦକ୍ଷିଣ ଓଡିଶା ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।  ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା କେନ୍ଦୁଝରରେ ୩୩.୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୨୧.୧ ମିମି, ଝାରସୁଗୁଡା ୧୦.୪ ମିମି, ଯାଜପୁରରେ ୮ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା