ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଲା ଆଶ୍ୱସ୍ତି । ରାଜ୍ୟରେ ବଦଳିଛି ପାଗର ମିଜାଜ୍ । ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ । ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି।