ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପ୍ରେସମିଟ୍ । ‘ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ’ । ୨୩ରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଯିବା ମନା । ୨୪ରୁ ଉତ୍ତର ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା । ଦକ୍ଷିଣ, ଉତ୍ତର ଓଡ଼ିଶାରେ ଲାଗି ରହିବ କାଳବୈଶାଖୀ । ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ ଜାରି । ୪୮ ଘଣ୍ଟା ପର୍ଯ୍ୟନ୍ତ ରହିବ ତାତି, ଆଭ୍ୟନ୍ତରଣ ଓଡ଼ିଶାରେ ପାରା ୪୦ ଟପିବ ।