Masthead

ରାଜ୍ୟରେ ଜାରି ରହିଛି ହିଟୱେଭ୍‌: ୮ ଜିଲାକୁ ଚିଠି ଲେଖି ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତାତିରେ ସିଝିବ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ତାପମାତ୍ରା କେତେକ ଜିଲ୍ଲାରେ ୪୩ରୁ ୪୪ ଡିଗ୍ରୀ ଅତିକ୍ରମ କରିପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି । ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସଆରସିଙ୍କ ନିର୍ଦ୍ଦେଶ । ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର ଜିଲ୍ଲାପାଳ ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ।

ବୁଧବାରରୁ ଶୁକ୍ରବାର ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ,ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୌସୁମୀକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକ ମନୋରମା ମହାନ୍ତି କହିଛନ୍ତି, ମୌସୁସୀ କେବଳ ମାଲକାନଗିରି ଜିଲ୍ଲା ପର୍ୟ୍ୟନ୍ତ ଆସିଛି। ଏବେ ସ୍ଥିତି ଅନୁକୂଳ ନଥିବାରୁ ଅନ୍ୟ ଜିଲ୍ଲାକୁ ଅଗ୍ରସର ହୋଇପାରିନି। ଆଗାମୀ ୩ରୁ ୪ ଦିନ ପର୍ୟ୍ୟନ୍ତ ମୌସୁମୀ ଆଗକୁ ବଢ଼ିବାର କିଛି ସମ୍ଭାବନା ନାହିଁ ବୋଲି ମନୋରମା ମହାନ୍ତି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା