Masthead

ଆଜିଠୁ କମିବ ତାତି, ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗରମ ଓ ଗୁଳୁଗୁଳିର ମିଳିବ ତ୍ରାହି । ୭ ଦିନ ପ୍ରବଳ ବର୍ଷା ନେଇ ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ସକାଳେ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ବର୍ଷା ପାଇଁ ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ଦିନ ତାପମାତ୍ରା । ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି।

ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ପ୍ରଭାବରେ ଆଗାମୀ ଦିନରେ ବର୍ଷା ବଢ଼ିବା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ବର୍ଷା ଯୋଗୁଁ ରାଜ୍ୟର ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ। ଗତ କିଛି ଦିନ ଧରି ରାଜ୍ୟରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଏହି ବର୍ଷା ଜନଜୀବନକୁ କିଛି ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିଥିବା ସହ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ