Masthead

ଆଜିଠୁ କମିବ ତାତି, ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗରମ ଓ ଗୁଳୁଗୁଳିର ମିଳିବ ତ୍ରାହି । ୭ ଦିନ ପ୍ରବଳ ବର୍ଷା ନେଇ ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ସକାଳେ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ବର୍ଷା ପାଇଁ ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ଦିନ ତାପମାତ୍ରା । ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି।

ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ପ୍ରଭାବରେ ଆଗାମୀ ଦିନରେ ବର୍ଷା ବଢ଼ିବା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ବର୍ଷା ଯୋଗୁଁ ରାଜ୍ୟର ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ। ଗତ କିଛି ଦିନ ଧରି ରାଜ୍ୟରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଏହି ବର୍ଷା ଜନଜୀବନକୁ କିଛି ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିଥିବା ସହ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା