Masthead

୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି । ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଜି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି ।

୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । ୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହୋଇପାରେ ।୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ