Masthead

ଆଜିଠୁ ତିନି ଦିନ ପ୍ରବଳ ଢାଳିବ, ୧୮ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ସୋମବାର ଏହା ଅବପାତ ରୂପ ନେବ । ଲଘୁଚାପ ପ୍ରଭାବରେ ଶନିବାର ରାଜ୍ୟର କିଛି ସ୍ଥାନରେ ନିର୍ଧୁମ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ରବିବାର ସମ୍ବଲପୁର ଓ ଅନୁଗୋଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଦୁଇ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୧୧୦ମିମି ଯାଏ ବର୍ଷା ହୋଇପାରେ ।

କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ । ୯ ତାରିଖରେ ବି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଢାଳିବ । ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୧୧୦ମିମି ଯାଏ ବର୍ଷିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଶୁକ୍ରବାର ପୁରୀ ଓ ମାଲକାନଗିରିରି ସର୍ବାଧିକ ୩୮ମିମି ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୧୧ ଓ କଟକରେ ୧୦ମିମି ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ମାଲକାନଗିରି ଜିଲ୍ଲା ମାଥିଲିରେ ସର୍ବାଧିକ ୮୨ମିମି, ରାୟଗଡ଼ାରେ ୭୭, ବରଗଡ଼ରେ ୭୬.୪ ଓ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡିରେ ୭୬ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼