Masthead

୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ; ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ରେଡ ଆଲର୍ଟ ଜାରି କରାଯାଇଛି । ଶୁକ୍ରବାର କୋରାପୁଟ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ବର୍ତ୍ତମାନ ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ମୁହାଁ ହେବ । ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ । ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ସତର୍କ କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ଏସ୍ଆରସି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଲୋକଙ୍କୁ ପକ୍କା ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ଆବଶ୍ୟକ ସ୍ଥଳେ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଏହି ସବୁ ଜିଲ୍ଲାପାଳଙ୍କୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ସମୟରେ ତଳି ଅଞ୍ଚଳରେ ଜଳବନ୍ଦୀ, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା, କଚା ଘର ଭାଙ୍ଗିବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାର ଜିଲ୍ଲାପାଳ, ପୌର ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ନବରଙ୍ଗପୁର, ରାୟଗଡା, ଗଞ୍ଜାମକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଟୁଇନ୍ ସିଟି କଟକ ଭୁବନେଶ୍ୱରରେ ବି ଲାଗିରହିଛି ପ୍ରବଳ ବର୍ଷା । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗି ରହିବ ବର୍ଷା । ବର୍ଷା ସମୟରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ । ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୩୦ ଓ ୩୧ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !