Masthead

ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ । ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ । ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵ ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ଅଛି। ଘୂର୍ଣ୍ଣିବଳୟ ହେବା ପରେ ୩ରୁ ୪ ଦିନ ଯାଏ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି। ସେହିପରି ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ। ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ