Masthead

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଗକୁ ଅବପାତରେ ପରିଣତ ହୋଇପାରେ । ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଶନିବାର ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଦୁଇ ଦିନ ଧରି ଅନେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସତର୍କତା ପରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ଶୁକ୍ରବାର ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି । ସର୍ବାଧିକ ୪୮ ମିମି ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରି ବିଭିନ୍ନ ତଳିଆ ଅଞ୍ଚଳର ସହ ସ୍କୁଲରେ ପାଣି ଜମିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର