Masthead

ରାଜ୍ୟରେ ଆଜି ଭୀଷଣ ବର୍ଷା: ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଛି । କିଛି ସମୟ ମଧ୍ୟରେ ପୁରୀ ଉପକୂଳ ଅତିକ୍ରମ କରିବ । ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଉତ୍ତର ଓଡିଶା, ଝାଡ଼ଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ । ଏହା ପ୍ରଭାବରେ ଆଜି ଉପକୂଳ ଓଡିଶାରେ ଭୀଷଣ ବର୍ଷା ହେବ । ଏନେଇ ୫ ଜିଲ୍ଲାକୁ ରେଡ, ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ଢେଙ୍କାନାଳକୁ ରେଡ ଆଲର୍ଟ ଜାରି ହୋଇଛି ।

ଏହି ଜିଲ୍ଲା ଗୁଡିକରେ ୨୦୦ ମିମି ରୁ ଅଧିକ ବର୍ଷା ହୋଇପାରେ। ଭୂସ୍ଖଳନ, ଆକସ୍ମିକ ବନ୍ୟା, ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବ । ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସବୁ ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ । ୮ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ୮ ଜିଲ୍ଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଂଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗିର, ଗଜପତିକୁ ଅରେଞ୍ଜ ଆଲର୍ଟ । ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା