Masthead

ରାଜ୍ୟରେ ଆଜି ଭୀଷଣ ବର୍ଷା: ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଛି । କିଛି ସମୟ ମଧ୍ୟରେ ପୁରୀ ଉପକୂଳ ଅତିକ୍ରମ କରିବ । ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଉତ୍ତର ଓଡିଶା, ଝାଡ଼ଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ । ଏହା ପ୍ରଭାବରେ ଆଜି ଉପକୂଳ ଓଡିଶାରେ ଭୀଷଣ ବର୍ଷା ହେବ । ଏନେଇ ୫ ଜିଲ୍ଲାକୁ ରେଡ, ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ଢେଙ୍କାନାଳକୁ ରେଡ ଆଲର୍ଟ ଜାରି ହୋଇଛି ।

ଏହି ଜିଲ୍ଲା ଗୁଡିକରେ ୨୦୦ ମିମି ରୁ ଅଧିକ ବର୍ଷା ହୋଇପାରେ। ଭୂସ୍ଖଳନ, ଆକସ୍ମିକ ବନ୍ୟା, ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବ । ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସବୁ ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ । ୮ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ୮ ଜିଲ୍ଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଂଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗିର, ଗଜପତିକୁ ଅରେଞ୍ଜ ଆଲର୍ଟ । ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ