Masthead

ଆଜି ପାଇଁ ୧୪ ଉପକୂଳ ଜିଲ୍ଲାକୁ ବିଜୁଳି-ଘଡ଼ଘଡ଼ି ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଲିଠୁ ଦୁଇ ଦିନ ବର୍ଷିବ । ମିଆଁମାର ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତ୍ତୀ ବଙ୍ଗଳାଦେଶକୁ ଆସିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉପକୂଳବର୍ତ୍ତୀ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ ।

ଏହା ପ୍ରଭାବରେ ୧୩ ଓ ୧୪ ତାରିଖ ଭାରି ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଆଜି ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ଆଦୌ ବର୍ଷା ନାହିଁ । ୧୩ରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି । ୧୪ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଅନୁଗୁଳ, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଭାରି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ