Masthead

ଆଜି ପାଇଁ ୧୪ ଉପକୂଳ ଜିଲ୍ଲାକୁ ବିଜୁଳି-ଘଡ଼ଘଡ଼ି ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଲିଠୁ ଦୁଇ ଦିନ ବର୍ଷିବ । ମିଆଁମାର ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତ୍ତୀ ବଙ୍ଗଳାଦେଶକୁ ଆସିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉପକୂଳବର୍ତ୍ତୀ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ ।

ଏହା ପ୍ରଭାବରେ ୧୩ ଓ ୧୪ ତାରିଖ ଭାରି ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଆଜି ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ଆଦୌ ବର୍ଷା ନାହିଁ । ୧୩ରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି । ୧୪ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଅନୁଗୁଳ, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଭାରି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ