ସୃଷ୍ଟି ହେଲା ଲଘୁଚାପ: ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଅବପାତରେ ପରିଣତ ହୋଇପାରେ । ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ହୋଇପାରେ । ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ତିନି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲା ୟେଲୋ ଆଲର୍ଟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’