Masthead

୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।

ଆଜି ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୧୪ ଜିଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବଜ୍ରପାତ ସହ ବର୍ଷା ହେବାକୁ ଥିବା ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୪ ତାରିଖ ପର୍ୟ୍ୟନ୍ତ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା