Masthead

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଆଜି ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ହେବାର ସମ୍ଭାବନା ଥିବାବେଳେ କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ। ଯାତାୟାତ ବାଧାପ୍ରାପ୍ତ ହେବା ସହ ଚାଷକାର୍ଯ୍ୟ ମଧ୍ୟ ପ୍ରଭାବିତ ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ