Masthead

ଆଜିଠୁ କମିବ ବର୍ଷା, ବଢିବ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାତାର ଅଦିନିଆ ବର୍ଷାରେ ଓଡ଼ିଶା ବେହାଲ୍‌। ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ଲାଗି ରହିଛି ବର୍ଷା। ପାଣିପାଗ ପୂରା ବିଗିଡ଼ିଯାଇଛି । ଫସଲ ପାଣିରେ ବତରି ବରବାଦ୍‌ । କାଲୁଆ ପବନକୁ ଲଗାଣ ବର୍ଷାରେ ଜନଜୀବନ ବେହାଲ୍‌ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା ।

ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ। ଏହା ସହ ଅନେକ ସ୍ଥାନରେ ପାଗ ମେଘୁଆ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା