Masthead

କମିଲା ଶୀତ, ବଢିବ ରାତି ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି। ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍‌ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଅନୁଗୋଳ ଏବଂ ଝାରସୁଗୁଡା ଜିଲାରେ ପ୍ରବଳ ଥଣ୍ଡା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ସେହିପରି କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ ଏବଂ କନ୍ଧମାଳ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବା ନେଇ ସତର୍କ କରାଯାଇଛି। ଅନ୍ୟପକ୍ଷରେ ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ପାଇଁ କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ଜିଲାରେ କୁହୁଡି ନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ଘଣ୍ଟାରେ ରାଜ୍ୟର ୧୪ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ସିମିଳିଗୁଡା ୪.୪ ଡିଗ୍ରୀ, ଫୁଲବାଣୀ ୫.୮ ଡିଗ୍ରୀ, ରାଉରକେଲା ୬ ଡିଗ୍ରୀ, ଝାରସୁଗୁଡା ୬.୮ ଡିଗ୍ରୀ, ବଲାଙ୍ଗୀର ଓ ଚିପିଲିମା ୮ ଡିଗ୍ରୀ, କିରେଇ ୮.୫ ଡିଗ୍ରୀ, ଅନୁଗୋଳ ୮.୮ ଡିଗ୍ରୀ, ଭବାନୀପାଟଣା ୮.୯ ଡିଗ୍ରୀ, ସୁନ୍ଦରଗଡ଼ ୯.୨ ଡିଗ୍ରୀ, କେନ୍ଦୁଝର ୯.୨ ଡିଗ୍ରୀ, କୋରାପୁଟ ୯.୮ ଡିଗ୍ରୀ ଏବଂ ଢେଙ୍କାନାଳରେ ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି