Masthead

ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଏବେ ରହିଛି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ । ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଆଉ ଟିକିଏ ଘନୀଭୂତ ହେବ ଆସନ୍ତା ୨୪ ଘଣ୍ଟାରେ । ଏପଟେ ମୌସୁମୀ ଆଗେଇବା ସହ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜି ରାଜ୍ୟର ଅଧିକାଂଶ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏହାବାଦ୍‌ ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ସେହିପରି ଗତକାଲି ୧୯ ତାରିଖ ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୦ରେ ବର୍ଷା ପରିମାଣ କିଛି ମାତ୍ରାରେ କମିବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଏବଂ ସୁନ୍ଦରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ୨୧ରୁ ୨୩ ଯାଏଁ କାଁ ଭାଁ ବର୍ଷା ହେବ। ବଡ଼ ବର୍ଷା ରହିବନି । ମୌସୁମୀ ଓଡ଼ିଶାର ବାକି ଥିବା ଅଞ୍ଚଳରେ ପ୍ରବେଶ କରିଥିବା ବେଳେ ରାଜ୍ୟରେ ପାଗ ବଦଳିଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ସ୍ଥାନେ ସ୍ଥାନେ ବଜ୍ରପାତ ଆଶଙ୍କା ଅଧିକ ରହିଛି । ତେଣୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି । ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା