Masthead

ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଏବେ ରହିଛି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ । ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଆଉ ଟିକିଏ ଘନୀଭୂତ ହେବ ଆସନ୍ତା ୨୪ ଘଣ୍ଟାରେ । ଏପଟେ ମୌସୁମୀ ଆଗେଇବା ସହ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜି ରାଜ୍ୟର ଅଧିକାଂଶ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏହାବାଦ୍‌ ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ସେହିପରି ଗତକାଲି ୧୯ ତାରିଖ ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୦ରେ ବର୍ଷା ପରିମାଣ କିଛି ମାତ୍ରାରେ କମିବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଏବଂ ସୁନ୍ଦରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ୨୧ରୁ ୨୩ ଯାଏଁ କାଁ ଭାଁ ବର୍ଷା ହେବ। ବଡ଼ ବର୍ଷା ରହିବନି । ମୌସୁମୀ ଓଡ଼ିଶାର ବାକି ଥିବା ଅଞ୍ଚଳରେ ପ୍ରବେଶ କରିଥିବା ବେଳେ ରାଜ୍ୟରେ ପାଗ ବଦଳିଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ସ୍ଥାନେ ସ୍ଥାନେ ବଜ୍ରପାତ ଆଶଙ୍କା ଅଧିକ ରହିଛି । ତେଣୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି । ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ