Masthead

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି। ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ।  ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼  ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୭ ତାରିଖରେ  କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ  ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ