Masthead

୪ଦିନ ବିଜୁଳି ଘଡ଼ଘଡି ସହ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ ।  ଓଡ଼ିଶାରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ ମଧ୍ୟପ୍ରଦେଶମୁହାଁ ହେବ। ପାଣିପାଗ ନିୟାମକ ପ୍ରଭାବରେ ଗତ ୨୪ ଘଣ୍ଟାରେ ୧୮ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ଆଉ ୪ଦିନ ରାଜ୍ୟକୁ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ