Masthead

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଲକ୍କା ସମୁଦ୍ର ସନ୍ଧି ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସମ୍ଭାବନା । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ।  ଏହାର ପ୍ରଭାବରେ ଆସନ୍ତା ସପ୍ତାହରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅପରପକ୍ଷରେ ସମ୍ଭାବ୍ୟ ଲଘୁଚାପ ବାତ୍ୟା ରୂପ ନେବ କି ନାହିଁ? ଏହାର ଗତିପଥ ଓ ତୀବ୍ରତାକୁ ନେଇ ବିଭିନ୍ନ ମଡେଲକୁ ନେଇ ବିଶେଷଜ୍ଞ ଆକଳନ କରିଛନ୍ତି । ମାତ୍ର ଏବେଠାରୁ କୌଣସି ସ୍ପଷ୍ଟ ଆକଳନ କରାଯାଇନି ।

ପାଣିପାଗ ବିଶେଷଜ୍ଞଙ୍କ କହିବାନୁସାରେ ଶନିବାର ସକାଳ ସୁଦ୍ଧା ଏକ ସ୍ପଷ୍ଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ଦକ୍ଷିଣ ଆଣ୍ଡାମାନ ସାଗରରେ ୨୪ ତାରିଖବେଳକୁ ଅବପାତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିପାରେ । ୨୪ରେ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ଅଛି । ୨୬ରେ ବାତ୍ୟା (ସେନ୍-ୟାର)ରେ ପରିଣତ ହେବ । ଏହା ଶୀଘ୍ର ଘନୀଭୂତ ହୋଇ ଉତ୍ତର କିମ୍ବା ଉତ୍ତର-ପଶ୍ଚିମରେ ଗତି କରିପାରେ । ୨୮ ତାରିଖବେଳକୁ ଭୀଷଣ ବାତ୍ୟା ରୂପ ନେଇପାରେ । ମଡେଲ୍ କହୁଛି, ୨୯ କିମ୍ବା ୩୦ ତାରିଖରେ ଅତି ଭୀଷଣ ବାତ୍ୟା ହୋଇ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇପାରେ ।

ଦକ୍ଷିଣ ଆଣ୍ଡାମାନ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ । ଆନ୍ଧ୍ର ଓ ଓଡ଼ିଶାକୁ ପୁଣି ଡର । ୨୯ କିମ୍ବା ୩୦ ତାରିଖରେ ନେଇପାରେ ଭୀଷଣ ରୂପ । ମାଲାକ୍କା ସମୁଦ୍ର ମଧ୍ୟ ଅଂଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସ୍ଥିର ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼