ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ରାଜ୍ୟରେ ବର୍ଷା ହେବା ନେଇ ଆକଳନ । ଜୁନ୍‌ ୪ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା । ୧୮ ଜିଲ୍ଲାକୁ ୟେଲୋ ଓ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ।ଖରା ଗରମରୁ ମିଳିବ ଆଶ୍ବସ୍ତି, କମିବ ଦିନର ତାପମାତ୍ରା । ଆଜି ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୧ ତାରିଖରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ । ଶୁକ୍ରବାର ବଲାଙ୍ଗୀରରେ ୪୩.୧ ଡିଗ୍ରୀ, ଟିଟିଲାଗଡ଼ରେ ୪୩, ସମ୍ବଲପୁରରେ ୪୨.୨, ଭବାନୀପାଟଣା ଓ ନୂଆପଡ଼ାରେ ୪୧.୮, ବୌଦ୍ଧରେ ୪୧.୫, ପାରଳାଖେମୁଣ୍ଡିରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩୬ରୁ ୩୭ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!