Masthead

ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ରାଜ୍ୟରେ ବର୍ଷା ହେବା ନେଇ ଆକଳନ । ଜୁନ୍‌ ୪ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା । ୧୮ ଜିଲ୍ଲାକୁ ୟେଲୋ ଓ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ।ଖରା ଗରମରୁ ମିଳିବ ଆଶ୍ବସ୍ତି, କମିବ ଦିନର ତାପମାତ୍ରା । ଆଜି ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୧ ତାରିଖରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ । ଶୁକ୍ରବାର ବଲାଙ୍ଗୀରରେ ୪୩.୧ ଡିଗ୍ରୀ, ଟିଟିଲାଗଡ଼ରେ ୪୩, ସମ୍ବଲପୁରରେ ୪୨.୨, ଭବାନୀପାଟଣା ଓ ନୂଆପଡ଼ାରେ ୪୧.୮, ବୌଦ୍ଧରେ ୪୧.୫, ପାରଳାଖେମୁଣ୍ଡିରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩୬ରୁ ୩୭ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ