ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିବ ବର୍ଷା । ଆଜି ଦିନସାରେ ରାଜ୍ୟରେ ଜାରି ରହିବ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବ । ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା । ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ୨୯ ଓ ୩୦ ତାରିଖରୁ ପୁଣି ବର୍ଷା ବଢ଼ିବ । ପଶ୍ଚିମ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବର୍ଷା ହେବ । ୩୧ ତାରିଖରେ ଲଘୁଚାପ ସୃଷ୍ଟି ସହ ଏହା ଅଧିକ ଘନୀଭୂତ ହୋଇପାରେ । ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ଆକଳନ କରିଛନ୍ତି।

୨୫ ଓ ୨୬ ତାରିଖରେ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗ ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିବ । ୨୫ରୁ ୨୭ ଭିତରେ ଉତ୍ତର ବଙ୍ଗୋପସାଗରରେ ପ୍ରତିଦିନ କିଛି ଘଣ୍ଟା ପାଇଁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଓ ଏହା ପୁଣି ବିଲୀନ ହୋଇଯିବ । ୨୫ ଓ ୨୬ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । କିଛି ସ୍ଥାନରେ ଭାରୀ ବର୍ଷା ଆଶଙ୍କା ଅଛି । ୨୭ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ଚାଷୀଙ୍କୁ ପରାମର୍ଶ ଦେଇ ସେ କହିଛନ୍ତି, ବହୁ ସ୍ଥାନରେ ବର୍ଷା ଜାରି ରହିଥିବାରୁ ଜମିରେ ସାର ପକାଇବାରେ ସମସ୍ୟା ହେଉଛି । କେନ୍ଦ୍ରୀୟ ଓଡ଼ିଶାରେ ୨୮ ତାରିଖ ପରେ ଓ ବାକି ଜିଲ୍ଲାରେ ୩୦ ତାରିଖ ପରେ ସାର ପକାଇବାକୁ ସେ ପରାମର୍ଶ ଦେଇଛନ୍ତି । ୩୧ ତାରିଖରୁ ସେପ୍ଟେମ୍ବର ୩ ତାରିଖ ଯାଏ ରାଜ୍ୟର କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସେ ଆକଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ