Masthead

ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି । ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୧୨୦.୩ ମିମି ତୁଳନାରେ ଏହା ୮ପ୍ରତିଶତ ନିଅଣ୍ଟିଆ । ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା