Masthead

ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି । ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୧୨୦.୩ ମିମି ତୁଳନାରେ ଏହା ୮ପ୍ରତିଶତ ନିଅଣ୍ଟିଆ । ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା