Masthead

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ, ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ । ଆସନ୍ତା ୪ ଦିନ ପ୍ରବଳ ବର୍ଷିବ । ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ଆସନ୍ତାକାଲି ରାତିରୁ ଦେଶର ଉତ୍ତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବ ଆଉ ଏକ ପଶ୍ଚିମାଝଡ । ଏହାକୁ ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୨୮, ୨୯, ୩୦ ଓ ୩୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ମାର୍ଚ୍ଚ ୩୦ ଓ ୩୧ ତାରିଖରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବର୍ତ୍ତମାନ ମଧ୍ୟ ପଶ୍ଚିମାଝଡ ପ୍ରଭାବରେ ବର୍ଷା ଲାଗି ରହିଛି ।

ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତମାନ ପଶ୍ଚିମାଝଡ ପ୍ରଭାବରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ । ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଓ ଯାଜପୁର ଆଦି ୧୦ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପବନର ‌ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ୩୦ ତାରିଖ ଦିନ ପୁଣି ପଶ୍ଚିମାି ଝଡ଼ ପ୍ରଭାବରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୋନପୁର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ