Masthead

ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସାଙ୍ଗକୁ କୋହଲା ପାଗ। ଆଜି ସକାଳୁ ଟ୍ବିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ କୋହଲା ପାଗ ଦେଖିବାକୁ ମିଳିଛି। ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ, ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବର ସହ କଟକର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ସେପଟେ ୧୧ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

ମଙ୍ଗଳବାର ସକାଳେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା। ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସକାଳେ ରାଜଧାନୀର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି। ମଙ୍ଗଳବାରଠାରୁ ରାଜ୍ୟରେ ପାରଦ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ଖସିବ । ଆସନ୍ତା ୩ଦିନ ଯାଏ ରାତି ତାପମାତ୍ରା ଏଭଳି ରହିବ । କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୩ ଡିଗ୍ରୀକୁ ଖସିବ । ଫୁଲବାଣୀରେ ୧୪ଡିଗ୍ରୀ ରହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ