Masthead

ଅଦିନିଆ ବର୍ଷାରେ ଭିଜିଲା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା। କଟକ, ଭୁବନେଶ୍ବର ସମେତ ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ଲାଗି ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ସକାଳ ୬ଟାରୁ ବିଜୁଳି ଘଡ଼ଘଡ଼ି ସହ ଝିପିଝିପି ବର୍ଷା ଲାଗି ରହିଛି। ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ଏପରି ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ବିଶେଷ କରି ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ଅଧିକ ଅଛି । ଆଜି ରାଜ୍ୟର ୨୨ଟି ଜିଲ୍ଲାରେ ବର୍ଷା ହୋଇପାରେ । ୧୫ଟି ଜିଲ୍ଲାରେ ଅଳ୍ପ କେତେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ଟି ଜିଲ୍ଲାରେ ସ୍ଥାନେ ସ୍ଥାନେ ହୋଇପାରେ ବର୍ଷା । ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଯାଜପୁର, ଢେଙ୍କାନାଳରେ ଘଡ଼ଘଡ଼ି, କୁଆପଥର ମାଡ଼ ଏବଂ ପବନ ଆଶଙ୍କା ରହିଛି ।

ପବନର ବେଗ ୪୦ରୁ ୫୦ କିଲୋମିଟର ରହିପାରେ । ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବାଦ୍‌ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖେର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ଆଶଙ୍କା ରହିଛି । ୨୧ ଓ ୨୨ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ଏବଂ ପବନ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ