Masthead

ସକ୍ରିୟ ହେଉଛି ଲଘୁଚାପ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଛି । ଆହୁରୀ ଦୁଇ ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଉତ୍ତର ଓଡ଼ିଶାର ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ ।

ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’