Masthead

ଆଜିଠୁ ବଦଳିବ ପାଗ, ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବଦଳିବ ପାଗ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାକୁ ମିଳିବ ଆଶ୍ୱସ୍ତି । ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ ସମେତ ୨୦ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୦ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ । ବର୍ଷା ସତ୍ତ୍ୱେ ରାଜ୍ୟରେ ୯ ଜିଲ୍ଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ