Masthead

ମହାରାଷ୍ଟ୍ରରେ ୱିକେଣ୍ଡ ଲକଡାଉନ

ମହାରାଷ୍ଟ୍ର ( ବଡ଼ ଖବର ବ୍ୟୁରୋ): ସାରା ଦେଶରେ କରୋନା ସ୍ଥିତି ଅଣାୟତ । ତେବେ ଏହାର ହଟସ୍ପଟ ପାଲଟିଛି ମହାରାଷ୍ଟ୍ର । ମହାରାଷ୍ଟ୍ରରେ ଦୈନିକ ସଂକ୍ରମଣ ୫୦ ହଜାର ପାର କରୁଛି । ଯାହାକି ରାଜ୍ୟ ସରକାରଙ୍କ ଚିନ୍ତା ବଢାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଠୋର ନିଷ୍ପତି ନେଇଛନ୍ତି । ରାତ୍ରିକାଳୀନ କର୍ଫ୍ୟୁ ସହିତ ୱିକେଣ୍ଡ ଲକଡାଉନ ଘୋଷଣା କରାଯାଇଛି ।

ସୋମବାରଠାରୁ ସାରା ରାଜ୍ୟରେ ରାତି ୮ ରୁ ସକାଳ ୭ ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ ହେବ । ଏପ୍ରିଲ ୩୦ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ସେହିପରି ଶୁକ୍ରବାର ରାତି ୮ ରୁ ସୋମବାର ୭ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ କାର୍ଯ୍ୟକାରୀ ହେବ । ଫଳରେ ଶନିବାର ଓ ରବିବାର ରାଜ୍ୟକୁ ଲକଡାଉନ ଘୋଷଣା କରାଯାଇଛି । ସେପଟେ ରବିବାର ମହାରାଷ୍ଟ୍ର ଜୁହୁ ବିଚରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା । ଶହ ଶହ ଲୋକ କରୋନା କଟକଣାକୁ ଖାତିର ନକରି ବୁଲୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା