Masthead

ପୁରୀରେ ଲାଗୁ ହେବନି ସପ୍ତାହାନ୍ତ ସଟଡାଉନ୍ କଟକଣା

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ସୋମବାର ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇବେ ଶ୍ରୀବିଗ୍ରହ । ଏଥିପାଇଁ ରଥ ଆଉ ପଥ ପ୍ରସ୍ତୁତ । ଏହାକୁ ନଜରରେ ରଖି ପୁରୀରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ରବିବାର ରାତିରୁ ମଙ୍ଗଳବାର ରାତି ଯାଏ ସହରରେ ଲାଗୁ ହେବ କର୍ଫ୍ୟୁ। କର୍ଫ୍ୟୁକୁ ଆଖି ଆଗରେ ରଖି ଆଜି ପୁରୀରେ ଲାଗୁ ହେବନି ସପ୍ତାହାନ୍ତ ସଟଡାଉନ୍ କଟକଣା । ଶନିବାର ଥିଲେ ମଧ୍ୟ ରଥଯାତ୍ରା ପାଇଁ ପୁରୀ ସହରରେ ଆଜି ସଟଡାଉନ କୋହଳ କରାଯିବା ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଟ୍ୱିଟ୍ କରିଛନ୍ତି ।

ପୂର୍ବରୁ ସ୍ୱତନ୍ତ୍ର ରିଲିଫ୍ କମିଶନର ମଧ୍ୟ ଏନେଇ ବିଜ୍ଞପ୍ତି ଜାରି କରିଥିଲେ ଆସନ୍ତା ସୋମବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ୧୧ ତାରିଖ ରବିବାର ରାତି ୮ଟାରୁ ୧୩ ତାରିଖ ମଙ୍ଗଳବାର ରାତି ୮ଟା ଯାଏଁ କର୍ଫ୍ୟୁ ଲାଗିବ । ସହରବାସୀ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ ସାଇତି ରଖିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯଦି କୌଣସି ପର୍ୟ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିବେ ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି । ଏହାବ୍ୟତୀତ ବଡ଼ଦାଣ୍ଡରେ ଥିବା କୌଣସି ଦୋକାନ ଖୋଲାଯିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ