ଯଦି ବିଜେପି ତୃତୀୟ ଥର ପାଇଁ କ୍ଷମତାକୁ ଫେରେ ତାହେଲେ ଦେଶରେ ଏକଛତ୍ରବାଦ ଶାସନ ହେବ : ମମତା ବାନାର୍ଜି

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଦାବି । ଡିସେମ୍ବର କିମ୍ବା ଜାନୁଆରୀରେ ହୋଇପାରେ ଆଗାମୀ ସାଧାରଣ ନିର୍ବାଚନ । ଯାହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା କହିଛନ୍ତି । ସୋମବାର ତୃଣମୂଳ ଯୁବ କଂଗ୍ରେସକୁ ଉଦବୋଧନ ଦେଉଥିଲେ ଟିଏମସି ସୁପ୍ରିମୋ ମମତା କହିଛନ୍ତି ।ଉଦବୋଧନ ଦେଇ ସେ କହିଛନ୍ତି କେନ୍ଦ୍ରର ବିଜେପି ଉପରେ ତାଙ୍କର ସନ୍ଦେହ ରହିଛି । ଆଗାମୀ ନିର୍ବାଚନ ଡିସେମ୍ବର କିମ୍ବା ଜାନୁଆରୀରେ କରି ଦେଇପାରନ୍ତି । ହେଲିକପ୍ଟର ଗୁଡିକ ଆଗୁଆ ବୁକିଂ ସରିଛି ।

ଏହା ବିଜେପି ଦ୍ୱାରା ହୋଇଛି । ତେଣୁ ଆଗାମୀ ଦିନରେ ଯେପରି ଅନ୍ୟମାନେ ଠିକ୍ ଭାବେ ପ୍ରଚାର କରିପାରିବେନି ତାକୁ ନଜରରେ ରଖି ହେଲିକପ୍ଟର ଗୁଡିକୁ ବିଜେପି ଆଗୁଆ ବୁକିଂ କରିଛି । ଟିଏମସି ସୁପ୍ରିମୋଙ୍କ ଏହି ବୟାନ ପରେ ଜାତୀୟ ରାଜନୀତି ମଧ୍ୟ ସରଗରମ ହୋଇଛି । ଯଦି ବିଜେପି ତୃତୀୟ ଥର ପାଇଁ କ୍ଷମତାକୁ ଫେରିବ ତାହେଲେ ଦେଶରେ ଏକଛତ୍ରବାଦ ଶାସନ ହେବ ବୋଲି ଦିଦି କହିଛନ୍ତି ।ଏପରିକି ତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଗିରଫ କରାଯିବ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ନିର୍ବାଚନ ପୂର୍ବରୁ ଗିରଫ କରିବା ନେଇ ସେ ସନ୍ଦେହ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!