Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ରପଲାଇନ ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜିସକାଳ ସାଢେ ୮ଟା ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୮ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ୮ ତାରିଖ ଯାଏ ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହେବ । ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ଧୁମ ବର୍ଷିଛି ।

ଆଜି ସକାଳରୁ ସନ୍ଧ୍ୟା ଭିତରେ ବଲାଙ୍ଗୀରରେ ସର୍ବାଧିକ ୯୨ ମିମି ବର୍ଷା ହୋଇଛି । ପାରଳାଖେମୁଣ୍ଡିରେ ୬୧.୨, ଅନୁଗୁଳରେ ୬୦, ନବରଙ୍ଗପୁରରେ ୫୭, ବୌଦ୍ଧରେ ୫୭, ଦାରିଙ୍ଗିବାଡ଼ିରେ ୪୪, କେନ୍ଦୁଝରରେ ୩୭, କୋରାପୁଟରେ ୩୬.୨ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ଏଠାରେ ସର୍ବାଧିକ ୧୪୫ମିମି ବର୍ଷା ହୋଇଛି । ସୋନପୁର ଉଲୁଣ୍ଡାରେ ୧୩୭, ବୀରମହାରାଜପୁରରେ ୧୧୧, ବିନିକାରେ ୧୦୬, ସୋନପୁରରେ ୯୭.୬, ବୌଦ୍ଧ କଣ୍ଟାମାଳରେ ୮୪.୪ ଓ ସମ୍ବଲପୁର ଯୁଯୁମରାରେ ୮୨ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି