Masthead

କେଉଁ୧୫ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମାରିଲା ମୋହର ?

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ଶେଷ ହୋଇଛ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ୫୫ତମ ବୈଠକରେ ମୋଟ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ତେବେ ବୈଠକ ପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରେସମିଟ କରି ୧୫ଟି ପ୍ରସ୍ତାବର ସବିଶେଷ ସୂଚନା ଦେଇଛନ୍ତି । ଗଣଶିକ୍ଷା ବିଭାଗ ଅଧିନରେ ଥିବା ରାଜ୍ୟର ହାଇସ୍କୁଲଗୁଡ଼ିକରେ ଆଉ ୬୦୨୫ଟି ନୂଆ ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଛନ୍ତି । ଏବେ ହାଇସ୍କୁଲଗୁଡ଼ିକରେ ମୋଟ ୪୦୧୬୬ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ଥିବାବେଳେ ଏହାର ୧୫ ପ୍ରତିଶତ ଅର୍ଥାତ ୬୦୨୫ଟି ବିଭିନ୍ନ ବିଷୟର ଶିକ୍ଷକ ପଦବୀ ସୃଷ୍ଟି ହେବ ।

ଶିକ୍ଷକମାନେ ଛୁଟି, ପ୍ରଶିକ୍ଷଣ ଓ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ରହୁଥିବାରୁ ତାକୁ ଦୃଷ୍ଟିରେ ରଖି ସରକାର ଏହି ୬୦୨୫ଟି ଏଲଟିଆର ଶିକ୍ଷକ ପଦବୀ ସୃଷ୍ଟି ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ଶାସନ ସଚିବ । ସେହିପରି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୭ଟି ବାଳକ ହଷ୍ଟେଲ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ହଜାରେ କୋଟି ଟଙ୍କା ବ୍ୟୟ କରାଯିବ । ଏବେ ଆଦର୍ଶ ସ୍କୁଲଗୁଡ଼ିକରେ ଛାତ୍ରୀମାନଙ୍କ ରହିବା ପାଇଁ ହଷ୍ଟେଲ ସୁବିଧା ଥିବାବେଳେ ଛାତ୍ରମାନଙ୍କ ନିମନ୍ତେ ୧୦୦ବେଡ୍ ବିଶିଷ୍ଟ ଆଉ୨୩୭ଟି ହଷ୍ଟେଲ ନିର୍ମାଣ ନିମନ୍ତେ ରାଜ୍ୟ କ୍ୟାବିନେଟ୍ ଅନୁମତି ଦେଇଛି।

ସେହିପରି ଜେଲରେ ରହୁଥିବା କଏଦିଙ୍କ ମଧ୍ୟରୁ କେହି କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ । ହାଇକୋର୍ଟ ଓ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଏକ ନିୟମ ପ୍ରଣୟନ କରିଛନ୍ତି ଯାହାକୁ ରାଜ୍ୟ କ୍ୟାବିନେଟ୍ ଆଜି ମଞ୍ଜୁରି ଦେଇଛି । ଏଥିସହ ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ । ଏମଏସଏମଇ ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ହେବ । ଏହା ସହ ତୃତୀୟ ଲିଙ୍ଗୀ ସନ୍ତାନକୁ ମିଳିବ ପେନସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି