Masthead

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗଡ଼ିିବାର କାରଣ କ’ଣ?

ବାରିପଦା(ବଡ଼ ଖବର ବ୍ୟୁରୋ): ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗଡ଼ିିବାର କାରଣ କ’ଣ? ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଏତେ ଖରାପ କେମିତି ହେଲା? ଏହା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି? ଏଭଳି କିଛି ଗନ୍ଧ ବାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ଥିଲା । ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ତାଙ୍କ ଜନସଭା ଥିଲା । ହେଲେ ଓଡ଼ିଶାକୁ ଆସୁ ଆସୁ ବିଜେଡି ସରକାରଙ୍କୁ ତ ନିଶାନା କଲେ ହେଲେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଯାହା କହିଲେ ତାହା ଅତ୍ୟନ୍ତ ଚିନ୍ତାଜନକ । ଯାହା ଓଡ଼ିଶାବାସୀ ଗମ୍ଭୀର ଭାବେ ଭାବିବାର ଆବଶ୍ୟକତା ମନେକରୁଛି ।

ଗତ ଏକ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ଏତେ ବିଗିଡ଼ିଲା କେମିତି? ସ୍ୱାସ୍ଥ୍ୟ ଖରାପ ହେବା ପଛରେ କିଛି ଷଡ଼ଯନ୍ତ୍ର ନାହିଁ ତ? ଏଥିପାଇଁ କିଏ ଦାୟୀ? ନବୀନ ବାବୁ ଏବେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି । ଏସବୁ ଜାଣିବାର ଅଧିକାର ଓଡ଼ିଶାବାସୀଙ୍କ ଜାଣିବାର ଅଛି । ନବୀନ ବାବୁଙ୍କ ନାଁରେ କ୍ଷମତା ଉପଭୋଗ କରୁଥିବା ଲୋକଙ୍କ ହାତ ଅଛି ବି ବୋଲି ପ୍ରଧାନମନ୍ତ୍ରୀ ପ୍ରଶ୍ନ କରିଛନ୍ତି । ସାରା ରାଜ୍ୟରେ ଯେଉଁ ପ୍ରଶ୍ନ ଏବେ ଉଠୁଛି ତା ଉପରୁ ପରଦା ଉଠିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ଏଥିପାଇଁ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଖରାପ ହେଲା ତାର ଯାଂଚ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ