Masthead

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗଡ଼ିିବାର କାରଣ କ’ଣ?

ବାରିପଦା(ବଡ଼ ଖବର ବ୍ୟୁରୋ): ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗଡ଼ିିବାର କାରଣ କ’ଣ? ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଏତେ ଖରାପ କେମିତି ହେଲା? ଏହା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି? ଏଭଳି କିଛି ଗନ୍ଧ ବାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ଥିଲା । ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ତାଙ୍କ ଜନସଭା ଥିଲା । ହେଲେ ଓଡ଼ିଶାକୁ ଆସୁ ଆସୁ ବିଜେଡି ସରକାରଙ୍କୁ ତ ନିଶାନା କଲେ ହେଲେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଯାହା କହିଲେ ତାହା ଅତ୍ୟନ୍ତ ଚିନ୍ତାଜନକ । ଯାହା ଓଡ଼ିଶାବାସୀ ଗମ୍ଭୀର ଭାବେ ଭାବିବାର ଆବଶ୍ୟକତା ମନେକରୁଛି ।

ଗତ ଏକ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ଏତେ ବିଗିଡ଼ିଲା କେମିତି? ସ୍ୱାସ୍ଥ୍ୟ ଖରାପ ହେବା ପଛରେ କିଛି ଷଡ଼ଯନ୍ତ୍ର ନାହିଁ ତ? ଏଥିପାଇଁ କିଏ ଦାୟୀ? ନବୀନ ବାବୁ ଏବେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି । ଏସବୁ ଜାଣିବାର ଅଧିକାର ଓଡ଼ିଶାବାସୀଙ୍କ ଜାଣିବାର ଅଛି । ନବୀନ ବାବୁଙ୍କ ନାଁରେ କ୍ଷମତା ଉପଭୋଗ କରୁଥିବା ଲୋକଙ୍କ ହାତ ଅଛି ବି ବୋଲି ପ୍ରଧାନମନ୍ତ୍ରୀ ପ୍ରଶ୍ନ କରିଛନ୍ତି । ସାରା ରାଜ୍ୟରେ ଯେଉଁ ପ୍ରଶ୍ନ ଏବେ ଉଠୁଛି ତା ଉପରୁ ପରଦା ଉଠିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ଏଥିପାଇଁ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଖରାପ ହେଲା ତାର ଯାଂଚ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ