Masthead

କ’ଣ ରହିବ ପ୍ରଧାନମନ୍ତ୍ରୀଙ୍କ ବିବୃତି, ରହିଛି ସମସ୍ତଙ୍କ ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ । ଗୃହରେ କ’ଣ ବିବୃତି ରଖିବେ ପ୍ରଧାନମନ୍ତ୍ରୀ, ତା ଉପରେ ସମସ୍ତଙ୍କ ନଜର । ଅନାସ୍ଥା ପ୍ରସ୍ତାବକୁ ନେଇ ୨ ଦିନ ହେଲା ଲୋକସଭାରେ ବିତର୍କ ଚାଲିଛି । ଆଜି ତୃତୀୟ ଦିନରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଣିପୁର ହିଂସାକୁ ନେଇ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବିରୋଧୀ । ପ୍ରଧାନମନ୍ତ୍ରୀ ମଣିପୁର ପ୍ରସଙ୍ଗରେ ଗୃହରେ ବିବୃତି ରଖନ୍ତୁ ବୋଲି ବିରୋଧୀ ଦାବି କରିଥିଲେ ।

ମୋଦି କେବଳ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସଂସଦ ବାହାରେ ଘଟଣାକୁ ନିନ୍ଦା କରିବା ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ । ତେବେ ହିଂସା ମେ ମାସରେ ହୋଇଥିବା ବେଳେ ମୋଦୀ ମୌସୁମୀ ଅଧିବେଶନ ଯାଏ ନିଜର ମନ୍ତବ୍ୟ ରଖିବାକୁ କାହିଁକି ସମୟ ନେଲେ, କାହିଁକି ନିଜେ ହିଂସା ସ୍ଥଳ ପରିଦର୍ଶନ କଲେନି ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି । ଏବଂ ସଂସଦ ଭିତରେ ମଣିପୁର ପ୍ରସଙ୍ଗରେ କୁହନ୍ତୁ ବୋଲି ବିରୋଧୀ ଦାବି କରିଥିଲେ ।

ଗତକାଲି କଂଗ୍ରେସ ନେତା ରାହୁଲ ଗାନ୍ଧି ଗୃହରେ ନିଜର ଭାଷଣ ରଖିଥିଲେ । ସରକାରଙ୍କୁ କଡ଼ା ସମାଲୋଚନ କରିଛନ୍ତି । ଯଦି ମଣିପୁର ଜଳୁଛି ସେଥିପାଇଁ ସରକାର ଦାୟୀ ବୋଲି ରାହୁଲ କହିଥିଲେ । ସେନା ଚାହିଁଲେ ଗୋଟିଏ ଦିନରେ ମଣିପୁରରେ ଶାନ୍ତି ଫେରିବ । କିନ୍ତୁ କେନ୍ଦ୍ର ସରକାର ସେନାର ଦୁରୋପଯୋଗ କରୁଥିବା ରାହୁଲ ନିଜ ଭାଷଣରେ କହିଥିଲେ । ମଣିପୁରରେ ଭାରତ ମାଆର ହତ୍ୟା କରାଯାଇଥିବା କହିଛନ୍ତି ରାହୁଲ ଗାନ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ