Masthead

ଯେତେବେଳେ ଅମିତ ଶାହାଙ୍କୁ ପବ୍ଲିକରେ ଦେଖାଇବାକୁ ପଡ଼ିଥିଲା ମୋଦିଙ୍କ ଡିଗ୍ରୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବାରମ୍ବାର ପ୍ରଶ୍ନ ଉଠାଇ ଆସୁଛନ୍ତି । ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀଙ୍କୁ ଅଶିକ୍ଷିତ କହିବାକୁ ନେଇ ତାଙ୍କ ଉପରେ ଗୁଜୁରାଟ ହାଇକୋର୍ଟ ୨୫ହଜାର ଜରିମାନା ବି ଲଗାଇଛନ୍ତି । ପୂର୍ବରୁ ୨୦୧୬ରେ କେଜ୍ରିୱାଲ ଏହି ପ୍ରଶ୍ନ ଉଠାଇଥିଲେ । ଯାହାର ଉତ୍ତର ମଧ୍ୟ ରଖିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସାମ୍ବାଦିକ ସମ୍ମିଳନୀ କରି କେଜ୍ରିୱାଲଙ୍କ ଉପରେ ବର୍ଷିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ସାର୍ଟିଫିକେଟ ସାର୍ବଜନୀନ କରିଥିଲେ ।

ଅମିତ ଶାହା କହିଥିଲେ, ଅରବିନ୍ଦ କେଜ୍ରିୱାଲ ଏଭଳି ମିଥ୍ୟା ଅଭିଯୋଗ କରି ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଯେ ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ଥିତି ସ୍ପଷ୍ଟ କରିବାକୁ ଆମକୁ ଏହି ପ୍ରେସମିଟ୍ ଆୟୋଜନ କରିବାକୁ ପଡ଼ିଛି । ଅମିତ ଶାହା ଏବଂ ଅରୁଣ ଜେଟଲି ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର, ଗୁଜୁରାଟ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଏମଏ ଡିଗ୍ରୀ ସାର୍ବଜନୀନ କରିଥିଲେ । ଏବଂ କହିଥିଲେ କେଜ୍ରିୱାଲ ଦେଶର ଅପମାନ କରିଛନ୍ତି ଏଥିପାଇଁ ତାଙ୍କୁ କ୍ଷମା ମାଗିବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ