Masthead

କେବେ ଖୋଲିବ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର?

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): କେବେ ଖୋଲିବ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର? ହାଇକୋର୍ଟଙ୍କ ଜବାବ ତଲବ ପରେ ଏ ନେଇ ଚର୍ଚ୍ଚା ପୁଣି ବଢିଛି । ଏହାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ଦଳୀୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ପ୍ରେସମିଟ କରି କରି ୧୯୭୮ରେ ରତ୍ନଭଣ୍ଡାର ଖୋଲିବା ବେଳେ ସେଥିରେ କେତେ କଣ ସମ୍ପତି ଥିଲା ତାହାର ତାଲିକା ରଖିଛନ୍ତି । ଏହି ତଥ୍ୟ ଆଧାରରେ କାହିଁକି ରତ୍ନଭଣ୍ଡାର ଖୋଲି ସମ୍ପତି ମେଳ କରାଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି । ଏଏସଆଇ ରିପୋର୍ଟ ଦେଇଛି ରତ୍ନଭଣ୍ଡାରର ମରାମତି ଦରକାର । ଏଥିପାଇଁ ରତ୍ନଭଣ୍ଡାର ଖୋଲିବାକୁ ହେବ । କିନ୍ତୁ ସରକାର କାହିଁକି ଏ ଦିଗରେ ପଦକ୍ଷେପ ନେଉନାହାନ୍ତି, ତାହା ଅଅନେକ ସନ୍ଦେହ ସୃଷ୍ଟି କରୁଚି ବୋଲି ସେ କହିଛନ୍ତି ।

ବିଜେପିର ସମାଲୋଚନା ପରେ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା । ସ୍ଥାୟୀ ନିଯୁକ୍ତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ଆଗକୁ ସବୁ ଠିକ୍ ଚାଲିବ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର ପ୍ରଶ୍ନରେ ସେ କହିଛନ୍ତି, ଏ ସଂପର୍କରେ ବିଚାରବିମର୍ଶ ଚାଲିଛି ।  ସେପଟେ ଶ୍ରୀମନ୍ଦିର ସଂସ୍କାର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସତ୍ୟପାଠ ସଂପର୍କରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ଥିଲା । କିନ୍ତୁ ସରକାର ଉତର ରଖିବାକୁ ଆଉ ସପ୍ତାହେ ସମୟ ଦେବାକୁ କୋର୍ଟଙ୍କୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା