Masthead

କେଉଁ ମନ୍ତ୍ରୀଙ୍କୁ ମିଳିବ କି ବିଭାଗ..ଏବେ ସସପେନ୍ସରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଆରମ୍ଭ ହୋଇଛି ମୋହନ ଶାସନ। ସବୁଠି ଚର୍ଚ୍ଚା ଯେ, କାହାକୁ ମିଳିବ କେଉଁ ବିଭାଗ ? ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ୧୬ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇ ସାରିଛନ୍ତି। ଏଥିରେ ୮ ଜଣଙ୍କୁ କ୍ୟାବିନେଟ ଓ ୫ ଜଣଙ୍କୁ ରାଷ୍ଟ୍ରପାହ୍ୟା ସ୍ବାଧୀନ ପଦ ମିଳିଛି। ମୋହନ ସରକାରରେ କେଉଁ ମନ୍ତ୍ରୀଙ୍କୁ ମିଳିବ କି ବିଭାଗ, ଗତକାଲି ଶପଥ ପରଠୁ ହିଁ ବଢ଼ି ଚାଲିଛି କଳ୍ପନାଜଳ୍ପନା ।

ଆଶା କରାଯାଉଛି ଆଜି ଆସିପାରେ ପୋର୍ଟଫୋଲିଓ । ବିଧାନସଭାକୁ ପ୍ରଥମ ଏଣ୍ଟ୍ରିରେ ମନ୍ତ୍ରୀ ହୋଇଥିବା ୭ ବିଧାୟକଙ୍କୁ ଆଜି ବିଭାଗ ବଣ୍ଟନ କରାଯିବ । ଚଳିତ ବିଧାନସଭାର ବାଚସ୍ପତି ରଣପୁର ବିଧାୟିକା ସୁରମା ପାଢ଼ୀ ହେବାନେଇ ମଧ୍ୟ ଚର୍ଚ୍ଚା ହେଉଛି। କ୍ୟାବିନେଟ୍ ମନ୍ତ୍ରୀ ଭାବେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ, କୁଚିଣ୍ଡା ବିଧାୟକ ରବି ନାଏକ୍, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ଢେଙ୍କାନାଳ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନ ଶପଥ ଗ୍ରହଣ କରିସାରିଛନ୍ତି। ସେହିପରି ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଗୋପାଳପୁର ବିଧାୟକ ବିଭୁତି ଜେନା ଓ ମୋରଡ଼ା ବିଧାୟର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଛି।

୫ ଜଣ ରାଷ୍ଟ୍ର ପାହ୍ୟା ସ୍ବାଧୀନ ମନ୍ତ୍ରୀଙ୍କ ମଧ୍ୟରେ ଯଶୀପୁର ବିଧାୟକ ଗଣେଶ ରାମସିଂ ଖୁଣ୍ଟିଆ, ଧାମନଗର ବିଧାୟକ ସୂର୍ୟ୍ୟବଂଶୀ ସୂରଜ, ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ, ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ ଓ ପାରାଦୀପ ବିଧାୟକ ସଂପଦ ସ୍ବାଇଁ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ପ୍ରଥମ ଥର ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିଛି। କେଭି ସିଂଦେଓଙ୍କ ବ୍ୟତୀତ ବାକି ସମସ୍ତ ମନ୍ତ୍ରିମଣ୍ଡଳ ସଦସ୍ୟ ପ୍ରଥମ ଥର ମନ୍ତ୍ରୀପଦ ପାଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ୧୩ଟି ଜିଲ୍ଲାକୁ ପ୍ରତିନିଧିତ୍ବ ମିଳିଛି। ବଲାଙ୍ଗିର, ଗଞ୍ଜାମ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି । ମନ୍ତ୍ରିମଣ୍ଡଳ ଗଠନ ସରିବା ପରେ କାହାକୁ କେଉଁ ବିଭାଗ ମିଳୁଛି ତା ଉପରେ ଏବେ ସମସ୍ତଙ୍କର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ